ଭୁବନେଶ୍ୱର: ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ୍‌ର ନବମ ବାର୍ଷିକୋତ୍ସବ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଜଷ୍ଟିସ୍‌ ଅଶୋକ କୁମାର ପଟ୍ଟନାୟକ ଓ ଲକ୍ଷ୍ମୀ ନାରାୟଣ ଅଗ୍ରଓ୍ଵାଲ ପ୍ରମୁଖ ଯୋଗ ଦେଇଥିଲେ।

Advertisment

ବାର୍ଷିକୋତ୍ସବ ଉପଲକ୍ଷେ ଫାଉଣ୍ଡେସନ୍‌ ପକ୍ଷରୁ ଚିତ୍ରାଙ୍କନ, ଫେସନ୍‌ ସୋ’, ଓଡ଼ିଶୀ ନୃତ୍ୟ, ରାଇମ୍‌ସ ଓ ଆଧୁନିକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି ଓ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା। ଏହାସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଥିବା ୧୫ଜଣଙ୍କୁ ସମ୍ବର୍ଧିତ କରାଯାଇଥିଲା। ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ବିପିନ ବିହାରୀ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ସଂପାଦିକା ସୁକାନ୍ତି ମିଶ୍ର, ଅସିତ ମହାନ୍ତି ଓ ବାଳକୃଷ୍ଣ ରାଉତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା