ଭୁବନେଶ୍ୱର: ଭୁବନେଶ୍ୱର ମଡେଲ୍ ପବ୍ଲିକ ସ୍କୁଲ ତକ୍ଷଶୀଳାର ସ୍କୁଲ ବାର୍ଷିକ ଉତ୍ସବ ଆଜି ସ୍କୁଲ୍ ପରିସରରେ ଉଦ୍ଯାପିତ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ଲିପ୍ସିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ପରିଚାଳନା ସମିତି ଅଧ୍ୟକ୍ଷ ଟୁଟୁଲ କିଶୋର ଦାସ ଓ ନିର୍ଦେଶିକା ସିକତା ଦାସ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦେଶ୍ୟରେ ଉଦ୍ବୋଧନ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ଶେଷରେ ଉପାଧ୍ୟକ୍ଷା ପୁଷ୍ପିତା ଉପାଧ୍ୟାୟ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us