ଭୁବନେଶ୍ବର: ବାଣୀବିହାରରେ ଦୁଇ ଛାତ୍ରଛାତ୍ରୀ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୁଲିସ କମିସନରଙ୍କୁ ଭେଟିଛନ୍ତି କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୁଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତିକୁ ନେଇ ଆଲୋଚନା କରିଛନ୍ତି । ସେପଟେ କୁଳପତିଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି ଅଶାନ୍ତ ଛାତ୍ର । ଗତକାଲି ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ।
ଗତକାଲି ବାଣୀବିହାର କ୍ୟାମ୍ପସ୍ ଖୋଲୁ ଖୋଲୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ପ୍ରତିବାଦରେ ଗୋପବନ୍ଧୁ ଛାତ୍ରାବାସ ଆଗରେ ଛାତ୍ରମାନେ ଧାରଣା ଦେଇଥିଲେ । ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଓ ବିଭିନ୍ନ ଅବ୍ୟବସ୍ଥାକୁ ନେଇ କିଛି ଛାତ୍ର ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଯାଉଥିଲେ । ଅନ୍ୟ ଏକ ଛାତ୍ର ଗୋଷ୍ଠୀ ଏହାର ପ୍ରତିବାଦ କରିଥିଲେ ଏବଂ ଏହାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ବିବାଦ ଉପୁଜିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/01/Utkal-University-1280x720-1.jpg)