ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି କରି ବାଣୀବିହାରରେ କୁଳପତିଙ୍କ ଅଫିସ ଆଗରେ ଛାତ୍ରଙ୍କ ଧାରଣା

ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି କରି ବାଣୀବିହାରରେ କୁଳପତିଙ୍କ ଅଫିସ ଆଗରେ ଛାତ୍ରଙ୍କ ଧାରଣା

Update Odisha

ଭୁବନେଶ୍ବର: ବାଣୀବିହାରରେ ଦୁଇ ଛାତ୍ରଛାତ୍ରୀ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୁଲିସ କମିସନରଙ୍କୁ ଭେଟିଛନ୍ତି କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୁଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତିକୁ ନେଇ ଆଲୋଚନା କରିଛନ୍ତି ।  ସେପଟେ କୁଳପତିଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି ଅଶାନ୍ତ ଛାତ୍ର । ଗତକାଲି ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ କୁଳପତିଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି ।

ଗତକାଲି ବାଣୀବିହାର କ୍ୟାମ୍ପସ୍ ଖୋଲୁ ଖୋଲୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ ।  ପ୍ରତିବାଦରେ ଗୋପବନ୍ଧୁ ଛାତ୍ରାବାସ ଆଗରେ ଛାତ୍ରମାନେ ଧାରଣା ଦେଇଥିଲେ । ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଓ ବିଭିନ୍ନ ଅବ୍ୟବସ୍ଥାକୁ ନେଇ କିଛି ଛାତ୍ର ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଯାଉଥିଲେ । ଅନ୍ୟ ଏକ ଛାତ୍ର ଗୋଷ୍ଠୀ ଏହାର ପ୍ରତିବାଦ କରିଥିଲେ ଏବଂ ଏହାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ବିବାଦ ଉପୁଜିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe