ସମାଜର ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ସମ୍ମାନିତ କଲା ବିଜେପି

Advertisment
ସମାଜର ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ସମ୍ମାନିତ କଲା ବିଜେପି

ଭୁବନେଶ୍ବର: କେନ୍ଦ୍ରରେ ମୋଦୀ ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ଆଜି ରାଜ୍ୟ ବିଜେପି ତରଫରୁ ସମାଜର ବିଭିନ୍ନ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ବିଶିଷ୍ଟ ଔପନ୍ୟାସିକ ବିଭୂତି ପଟ୍ଟନାୟକଙ୍କୁ ତାଙ୍କ ବାସଭବନରେ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ଆନ୍ତର୍ଜାତିକ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଚେସ୍ ଖେଳାଳି ସ୍ୱୟଂମ୍ସ ମିଶ୍ରଙ୍କୁ ମଧ୍ୟ ତାଙ୍କ ବାସଭବନରେ ସମ୍ବର୍ଦ୍ଧିତ କରାଯାଇଛି।

ଏହି ଅବସରରେ ବିଜେପି ସାଂସ୍କୃତିକ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ପଞ୍ଚା‌ନନ ନାୟକ, ଗଣମାଧ୍ୟମ ରାଜ୍ୟ ସହ ସଂଯୋଜକ ସୁଜିତ କୁମାର ଦାସ ଏବଂ ସୁନୀତି ମୁଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ। ବିଜେପି ସାଂସ୍କୃତିକ ପ୍ରକୋଷ୍ଠ ଏବଂ ପୂର୍ବତନ ସେନା ପ୍ରକୋଷ୍ଠ ତରଫରୁ ଆଜି କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାରପ୍ରାପ୍ତ କବି ହୃଷୀକେଶ ମଲ୍ଲିକ, ପଦ୍ମବିଭୂଷଣ ସୁଦର୍ଶନ ସାହୁ ଓ ବୀରଚକ୍ର ଅତନୁ ଗୁରୁଙ୍କୁ ସେମାନଙ୍କ ବାସଭବନରେ ସମ୍ମାନିତ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe