ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ

Advertisment
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ପକେଟରେ ଥିବା ୪ ଲକ୍ଷ ଟଙ୍କା ଗଲା କୁଆଡ଼େ?

stock.adobe.com

ଭୁବନେଶ୍ବର : ପଳାସୁଣୀସ୍ଥିତ ହୋଟେଲ୍‌ ମିଡ୍‌ଲ୍ୟାଣ୍ଡ ପାଖରୁ ସନ୍ଦେହଜନକ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବ‌ଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଯୁବକଙ୍କ ପରିଚୟ ଜଣାପଡ଼ି ନଥିବା ବେଳେ ବୟସ ପାଖାପାଖି ୪୫ ହେବ ବୋଲି ପୁଲିସ୍‌ ଅନୁମାନ କରୁଛି। ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୨ଟାରେ ବ୍ୟକ୍ତିଜଣଙ୍କ ନିଶ୍ଚଳ ଅବସ୍ଥାରେ ରାସ୍ତାକଡ଼ରେ ପଡ଼ିଥିବା ଦେଖି ଲୋକେ ମଞ୍ଚେଶ୍ବର ଥାନାକୁ ଜଣାଇଥିଲେ। ପୁଲିସ ଘଟଣାସ୍ଥଳରୁ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ପଠାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକଙ୍କ ପରିଚୟ ପାଇବା ପାଇଁ ପୁଲିସ ଉଦ୍ୟମ ଆରମ୍ଭ କରିଥିବା ବେଳେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe