ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା‌ ସଂଗ୍ରାମ ମାନ୍ୟତା ଦାବି

Advertisment
ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା‌ ସଂଗ୍ରାମ ମାନ୍ୟତା ଦାବି

ଭୁବନେଶ୍ବର: ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଦେବା ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେଇଛି ଉତ୍କଳ ସମ୍ମିଳନୀ ମଞ୍ଚେଶ୍ବର ଶାଖା। ସଭାପତି ଦିଲ୍ଲୀପ ଦାଶଶର୍ମାଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କରି ଏହି ସ୍ମାରକପତ୍ର ପ୍ରଦାନ କରିଥିଲେ।

ପାଇକ ବିଦ୍ରୋହର ପୃଷ୍ଠଭୂମି ଓ ଗୁରୁତ୍ବ ସମ୍ପର୍କରେ ଶ୍ରୀ ଦାଶଶର୍ମା ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ଏହି ପ୍ରତିନିଧି ଦଳରେ ଶୀତଳ ମହାନ୍ତି ଓ ସିଦ୍ଧାର୍ଥ ଶଙ୍କର ଗଡ଼ନାୟକ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe