ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ବୋମାମାଡ, ୩ ହୋଟେଲ କର୍ମଚାରୀ ଆହତ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ବୋମାମାଡ ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ବୋମାମାଡରେ ଏକ ହୋଟେଲର ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ଏକ ହୋଟେଲରେ ଖାଇବା ପରେ ପଇସାକୁ ନେଇ ଯୁବକମାନଙ୍କ ସହ ବଚସା ହୋଇଥିଲା। ଏହାପରେ ଯୁବକମାନେ ହୋଟେଲରୁ ପଳାଇ ଯାଇଥିଲେ। ପୁଣି କିଛି ସମୟ ପରେ ଆସି ବୋମାମାଡ କରିଥିଲେ। ଏଥିରେ ହୋଟେଲର ୩ ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଏହି ବୋମାମାଡ ଘଟଣାରେ ଦୁଇ ଜଣ ଯୁବକ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଖବର ପାଇ ଖଣ୍ଡଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଜଣକୁ ଅଟକ ରଖି ପଚରାଉଚରା କରୁଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ସମ୍ବନ୍ଧିତ ଖବର