ବିଧାନସଭା ଅଧିବେଶନ ପାଇଁ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା

Advertisment

ମୁତୟନ ହେବ ୩୪ପ୍ଲାଟୁନ୍‌ ଫୋର୍ସ, ଦାୟିତ୍ବରେ୧୦୦ ଅଫିସର୍‌

ମୁତୟନ ହେବ ୩୪ପ୍ଲାଟୁନ୍‌ ଫୋର୍ସ, ଦାୟିତ୍ବରେ୧୦୦ ଅଫିସର୍‌

ଶେଷଦିନ ଗୃହ କମ୍ପିଲା: କୋଟିଆ ପ୍ରସଙ୍ଗରେ ବିରୋଧୀଙ୍କ ଆକ୍ରମଣ

odishaassembly.nic.in

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଶୀତକାଳୀନ ଅଧିବେଶନର ସୁରକ୍ଷା ବ୍ୟବସ୍ଥା ପାଇଁ କମିସନରେଟ୍‌ ପୁଲିସ ଅଣ୍ଟା ଭିଡ଼ିଛି। ବିଧାନସଭାର ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ୩ଥାକିଆ ସୁରକ୍ଷାବଳୟ ମଧ୍ୟରେ ରହିବ ବିଧାନସଭା। ବିଧାନସଭା ଏବଂ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବ। ଏଥିପାଇଁ ୩୪ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ ହେବ। ସେହିପରି ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍‌ ସ୍କ୍ବାଡ୍‌, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। କେବଳ ଏତିକି ନୁହେଁ ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍‌ଜି, ରବୀନ୍ଦ୍ରମଣ୍ଡପ ଛକ ଏବଂ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜା ଯାଇଛି।

ସୁରକ୍ଷାକୁ ଅଧିକ କଡ଼ାକଡ଼ି ପାଇଁ ବିଧାନସଭା ଗେଟ୍‌, ରବୀନ୍ଦ୍ରମଣ୍ଡପ ଗେଟ୍‌, ଲୋୟର ପିଏମ୍‌ଜି ଆଦି ୫ଟି ସ୍ଥାନରେ ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି।‌ ଡିସିପି ପ୍ରତୀକ ସିଂଙ୍କ ନେତୃତ୍ବରେ ୫ଜଣ ଅତିରିକ୍ତ ଡିସିପି, ୧୧ଜଣ ଡିଏସ୍‌ପି ପାହ୍ୟାର ଅଧିକାରୀ, ୧୩ଜଣ ଆଇଆଇସିଙ୍କୁ ମିଶାଇ ୧୦୦ରୁ ଅଧିକ ଅଧିକାରୀ ଦାୟିତ୍ବରେ ରହିବେ। ଡିସିପି ଶ୍ରୀ ସିଂ କହିଛନ୍ତି, ଚଳିତଥର ବିଧାନସଭା ଅଧିବେଶନ ପାଇଁ ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗି ରହିବେ। ବିଧାନସଭା ଛାତ ଉପରେ ମଧ୍ୟ ପୁଲିସ ରହିବେ। ପ୍ରବେଶ ପଥରେ ଦୁଇଟି ଚେକ୍‌ପୋଷ୍ଟ କରାଯାଇଛି।
ସେହିପରି ବିକ୍ଷୋଭ, ଧାରଣା ଓ ଅନଶନ କରୁଥିବା ସଂଗଠନଗୁଡ଼ିକ ଉପରେ ଲୋୟର ପିଏମ୍‌ଜିରେ ଲାଗିଥିବା ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ମାଷ୍ଟରକ୍ୟାଣ୍ଟିନ୍‌-ପିଏମ୍‌ଜି ରାସ୍ତାକୁ ସିଲ୍‌ କରାଯାଇଛି। ରେଳ ଷ୍ଟେସନ୍‌ ନିକଟରେ ଥିବା ସମସ୍ତ ହୋଟେଲ୍‌, ଲଜ୍‌ରେ ରହୁଥିବା ଅତିଥିଙ୍କ ଯାଞ୍ଚ ଆରମ୍ଭ ହୋଇଛି। ରାତିରେ ବ୍ଲକିଂ ମଧ୍ୟ ଆ‌ରମ୍ଭ କରିଛି ପୁଲିସ। ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଦିନ ପୁଲିସ ଡିଜି ସୁନୀଲ୍‌ ବଂଶଲ, ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ କମିସନର, ଆଇନଶୃଙ୍ଖଳା ଏଡିଜି, ଡିସିପି ଓ ଅନ୍ୟ ବରିଷ୍ଠ ପଦାଧିକାରୀମାନ ଘଟଣାସ୍ଥଳ ବୁଲି ସ୍ଥିତି ସମୀକ୍ଷା କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe