ଏକାଦଶାହରେ ଅଶୋକ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

Advertisment
ଏକାଦଶାହରେ ଅଶୋକ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସା‌ମ୍ବାଦିକ ଭବନରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଏକାଦଶାହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଦୈନିକ ‘ସମୟ’ ପକ୍ଷରୁ ଆୟୋଜିତ ଏହି ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ତାଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ କାର୍ଯ୍ୟଶୈଳୀ ଅନ୍ୟ ସାମ୍ବାଦିକମାନଙ୍କ ପାଇଁ ଅନୁକରଣୀୟ ହୋଇ ରହିବ ବୋଲି ମତବ୍ୟକ୍ତ କରିଥିଲେ। ‘ସମୟ’ର ପରିଚାଳନା ସମିତି ଅଧ୍ୟକ୍ଷ ଚିରଞ୍ଜୀବ ବିଶ୍ବାଳ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ପ୍ରମୁଖ ‌ଉପସ୍ଥିତ ରହି ସ୍ବର୍ଗତ ପଣ୍ଡାଙ୍କ ସ୍ମୃତିଚାରଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ମହମ୍ମଦ ମୋକିମ, ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଧାୟକ ଅମର ଶତପଥୀ, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ବିଜେପି ସଭାପତି ସମୀର ମହାନ୍ତି, କଂଗ୍ରେସ ନେତ୍ରୀ ରଶ୍ମି ମହାପାତ୍ର, ଉତ୍କଳ ପ୍ରସଙ୍ଗର ମୁଖ୍ୟ ସଂପାଦକ ଲେଲିନ୍ ମହାନ୍ତି, କଳିଙ୍ଗ ସେନାର ମୁଖ୍ୟ ହେମନ୍ତ ରଥ, ସିପିଆଇ ନେତା ସୁରଜେନା, ସିପିଆଇଏମ୍‌ର ସୁରେଶ ପାଣିଗ୍ରାହୀ, ଏନ୍‌ସିପି ରାଜ୍ୟ ସଭାପତି ବିକ୍ରମ ସ୍ୱାଇଁ, କଂଗ୍ରେସ ନେତା ଆର୍ଯ୍ୟ ଜ୍ଞାନେନ୍ଦ୍ର ପ୍ରମୁଖ ସ୍ୱର୍ଗତ ପଣ୍ଡାଙ୍କ ନିଆରା ବ୍ୟକ୍ତିତ୍ୱ ଅନ୍ୟମାନଙ୍କ ପାଇଁ ଆକର୍ଷଣ ବୋଲି କହିଥିଲେ। ‘ସମୟ’ର ମ୍ୟାନେଜର ଏଚ୍‌ଆର ସତ୍ୟନାରାୟଣ ମହାନ୍ତି ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ବାର୍ତ୍ତା ସଂପାଦକ ପପୁ ମହାନ୍ତି ସଭା ପରିଚାଳନା କରିଥିଲେ। ସାମ୍ବାଦିକ ବେଣୁଧର ପଣ୍ଡା ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe