ପ୍ରଫେସର କୃଷ୍ଣଚରଣ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ପ୍ରଫେସର କୃଷ୍ଣ ଚରଣ ସାହୁଙ୍କ ଜୟନ୍ତୀ ଆଜି ଲୋହିଆ ଏକାଡେମିରେ ଅନୁଷ୍ଠିତ ହୋଇଯାଇଛି। ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ ସାରଳା ଚେୟାର ପ୍ରଫେସର୍‌ ଉଦୟନାଥ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାଷାବିତ୍‌ ଦେବୀପ୍ରସନ୍ନ ପଟ୍ଟନାୟକ ଯୋଗ ଦେଇଥିଲେ।

ସମ୍ମାନିତ ଅତିଥି ଭାବେ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ମନସ୍ବିନୀ ସାହୁ, ବିଶିଷ୍ଟ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ବିନାୟକ ରଥ ଓ ମୁଖ୍ୟବକ୍ତା ଭାବେ ଓଡ଼ିଆ ଭାଷା ପ୍ରତିଷ୍ଠାନ ସଂଯୋଜକ ପ୍ରଫେସର ପ୍ରେମାନନ୍ଦ ମହାପାତ୍ର ଯୋଗଦେଇଥିଲେ। ଗବେଷକ ଦେବାଶିଷ ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସମ୍ପାଦିକା ତମସାରାଣୀ ଦାସ ମହାପାତ୍ର ସ୍ୱାଗତ ଭାଷଣ ଓ ବିବରଣୀ ପାଠ କରିଥିଲେ। ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରସନ୍ନ ମହାନ୍ତି ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର