ଭୁବନେଶ୍ବର: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଅମୃତ ମହୋତ୍ସବ ପାଳନ କରୁଛି। ଏହାକୁ ଅଧିକ ସ୍ମରଣୀୟ କରିବା ପାଇଁ ଅଗଷ୍ଟ ୧୩ରୁ ୧୫ତାରିଖ ପର୍ଯ୍ୟନ୍ତ ପ୍ରତି ଘରେ ତ୍ରିରଙ୍ଗା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ‘ହର୍ ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଅଗଷ୍ଟ ୯ କ୍ରାନ୍ତି ଦିବସଠାରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ଆଜି ଭୁବନେଶ୍ବର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ବିରାଟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା ସଭାପତି ବାବୁ ସିଂହଙ୍କ ନେତୃତ୍ବରେ ୧୨ଶହ ମିଟର ଲମ୍ବର ବିଶାଳ ତ୍ରିରଙ୍ଗା ପତାକା ଯାତ୍ରା ଆଜି ଲିଙ୍ଗରାଜ ମନ୍ଦିରଠାରୁ ଆରମ୍ଭ ହୋଇ ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଶେଷ ହୋଇଥିଲା। ଏହି ତ୍ରିରଙ୍ଗା ପତାକାରେ ରାଜ୍ୟ ସଭାପତି ସମୀର ମହାନ୍ତି, ସାଧାରଣ ସଂପାଦକ ମାନସ ମହାନ୍ତି, ଗୋଲକ ମହାପାତ୍ର, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ମୁଖପାତ୍ର ଦିଲ୍ଲୀପ ମହାନ୍ତି, ଠାକୁର ରଣଜିତ୍ ଦାସ, ସଂପାଦିକା ପିଙ୍କି ପ୍ରଧାନଙ୍କ ସମେତ ବହୁ ସଂଖ୍ୟାରେ କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ସାମିଲ ହୋଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/48-2.jpg)