ଖୋଲୁ ଖୋଲୁ ଅଶାନ୍ତ ହେଲା ବାଣୀବିହାର କ୍ୟାମ୍ପସ, ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ବର : କରୋନା ସଂକ୍ରମଣ ପାଇଁ ଦୀର୍ଘ ୯ ମାସ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ପରେ ନିକଟରେ ଖୋଲିଛି । ତେବେ ଖୋଲୁ ଖୋଲୁ ହିଁ କ୍ୟାମ୍ପସ ଅଶାନ୍ତ ହୋଇଉଠିଛି ।

ଆଜି ବିଶ୍ବବିଦ୍ୟାଳୟର ଗୋପବନ୍ଧୁ ଛାତ୍ରାବାସର ବିଭିନ୍ନ ଅବ୍ୟବସ୍ଥା ନେଇ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ସମସ୍ୟା ସମାଧାନ ନେଇ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଗୋଟିଏ ଗୋଷ୍ଠୀ ଭେଟିବାକୁ ଯାଉଥିବା ବେଳେ ଅନ୍ୟ ଏକ ଛାତ୍ର ଗୋଷ୍ଠୀ ସେମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦ କରି ଗୋଟିଏ ଛାତ୍ର ଗୋଷ୍ଠୀ ହଷ୍ଟେଲ ଆଗରେ ଧାରଣା ଦେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କ୍ୟାଣ୍ଟିନରେ ନିମ୍ନମାନର ଖାଦ୍ୟ ଯୋଗାଯାଉଥିବା ଛାତ୍ର ମାନେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ହଷ୍ଟେଲରେ ଥିବା ବିଭିନ୍ନ ସମସ୍ୟା ସମାଧାନ କରିବାକୁ ଛାତ୍ରମାନେ ଦାବି କରିଛନ୍ତି ।

ବାଣୀବିହାରରେ ଛାତ୍ର ଅଶାନ୍ତି ସୂଚନା ପାଇ ପିଜି କାଉନସିଲ ଚେୟାରମ୍ୟାନ ବସନ୍ତ ମଲ୍ଲିକ,ପୁଲିସ୍ ଏସିପି ଅନୀଲ କୁମାର ମିଶ୍ର ଓ ସହିଦନଗର ଥାନା ଅଧିକାରୀ ପହଞ୍ଚି ଛାତ୍ରଙ୍କୁ ବୁଝାସୁଝା କରିଛନ୍ତି ।  କୁଳପତିଙ୍କ ଉପସ୍ଥିତରେ ଆଲୋଚନା କରି ସମସ୍ୟାର ସ୍ଥାୟୀ ସମାଧାନ କରାଯିବ ବୋଲି ପିଜି କାଉନସିଲ ଚେୟାରମ୍ୟାନ ବସନ୍ତ ମଲ୍ଲିକ ପ୍ରତିଶ୍ରୁତି ଦେଇଛନ୍ତି ।

ସମ୍ବନ୍ଧିତ ଖବର