ଭୁବନେଶ୍ୱରରୁ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଆଜି ଭୁବନେଶ୍ୱରରୁ ୧୮୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

୧୮୬ଜଣ ମଧ୍ୟରୁ ସଂଗରୋଧରୁ ୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୪୮ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

 

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୩୫୯ ରେ ପହଞ୍ଛିଛି । ଏଥିରୁ ୧୦୬୬୮୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୬୦୪ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

 

ସମ୍ବନ୍ଧିତ ଖବର