City of San Diego
ଭୁବନେଶ୍ବର: ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ୧୦୪୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୫୧ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୯୭ଜଣ ରହିଛନ୍ତି।
ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୪୯୬ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ କରୋନା ସକ୍ରିୟ ମାମଲା ୧୦୦୬୦ଟି ରହିଛି। ଦୁଃଖର କଥା କରୋନାରେ ସଂକ୍ରମିତ ହୋଇ ଏଯାବତ ୨୭୯ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪୧୧୩୬ଜଣ କରୋନାରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Follow Us