ଭୁବନେଶ୍ୱରରୁ ୧୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି |

ଆଜି ଭୁବନେଶ୍ୱରରୁ ୧୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

୧୫୮ଜଣ ମଧ୍ୟରୁ ସଂଗରୋଧରୁ ୩୭ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

 

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୯୦୯ରେ ପହଞ୍ଚଛି । ଏଥିରୁ ୧୧୧୨୫୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୫୮୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

 

 

 

 

ସମ୍ବନ୍ଧିତ ଖବର