ରାଜଧାନୀରେ ଏଯାବତ ସଂକ୍ରମିତଙ୍କ ସଂଖ୍ୟା ୮୩୬୦୯ରେ ପହଞ୍ଚିଲା: ଆଜି ଚିହ୍ନଟ ହୋଇଛନ୍ତି ୪୩୯ଜଣ ପଜିଟିଭ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଆଜି ୪୩୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୮୫ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୫୪ଜଣ ରହିଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ନୂଆ ସଂକ୍ରମିତଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୮୩୬୦୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ବି ୫୦୮୮ଟି ସକ୍ରିୟ ମାମଲା ରହିଛି। ଏଥିସହିତ ୭୮୧୨୩ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।

ଏଯାବତ ୩୭୭ଜଣଙ୍କ ଏଥିରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଶ୍ବସ୍ତିର ଖବର କି ଆଜି ରାଜଧାନୀରେ ପଜିଟିଭ ତୁଳନାରେ ଅଧିକ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୮୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ସମ୍ବନ୍ଧିତ ଖବର