ରାଜଧାନୀରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୭୦ରେ ପହଞ୍ଚିଛି

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ସେହିପରି ଆଜି ୬୧୫ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ରିପୋର୍ଟ ରହିଛି।

 

ତେବେ ଗତ ୨୪ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୪୪୩ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୪୩ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୫୫ଜଣ ରହିଛନ୍ତି। ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ବରରେ ଏଯାବତ ୮୬୦୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ୮୩୧୫୯ଜଣ ସୁସ୍ଥ ହୋଇଥିବା ବେଳେ ୩୯୬ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଏବେ ବି ୨୪୯୪ଟି କରୋନା ସକ୍ରିୟ ମାମଲା ରହିଛି।

ସମ୍ବନ୍ଧିତ ଖବର