ରାଜଧାନୀରୁ ଚିହ୍ନଟ ହେଲେ ୪୧୭ ଓ ସୁସ୍ଥ ହେଲେ ୩୭୬ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୪୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି।

 

ଆଜି ଚିହ୍ନଟ ହୋଇଥିବା  ୪୧୭ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଥିବା ବେଳେ ୨୮୭ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ କରୋନା ମାମଲା ୯୦୨୨୨ରେ ପହଞ୍ଚିଛି। ସେହିପରି ୮୮୪୦୪ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ମାମଲା ଆହୁରି ୧୩୪୭ ରହିଛି। ଦୁଃଖର କଥା ଏଯାବତ କରୋନାରେ ଆକ୍ରାନ୍ତ ହୋଇ ୪୫୦ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ସମ୍ବନ୍ଧିତ ଖବର