ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି।
ଆଜି ଚିହ୍ନଟ ହୋଇଥିବା ୩୪୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଥିବା ବେଳେ ୨୭୪ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ କରୋନା ମାମଲା ୯୦୯୦୮ରେ ପହଞ୍ଚିଛି। ସେହିପରି ୮୯୧୨୦ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ମାମଲା ଆହୁରି ୧୩୦୭ ରହିଛି। ଦୁଃଖର କଥା ଏଯାବତ କରୋନାରେ ଆକ୍ରାନ୍ତ ହୋଇ ୪୬୦ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।
Follow Us