ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ବରରେ ଏଯାବତ କରୋନା ମାମଲା ୯୪୮୮୩ ରହିଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୨୮୩ଜଣଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୬୧ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୨ଜଣ ରହିଛନ୍ତି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇଲେ ରାଜଧାନୀରେ ଏଯାବତ ସୁସ୍ଥ ସଂଖ୍ୟା ୯୩୦୯୭ଥିବା ବେଳେ ସକ୍ରିୟ ମାମଲା ୧୧୯୨ ରହିଛି।
ତେବେ ଏହି ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀରେ ୫୭୩ଜଣଙ୍କ ମୃତ୍ୟୁ ହୋଇଛି।
Follow Us