ରାଜଧାନୀରୁ ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀରୁ ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ଚିହ୍ନଟ ହୋଇଥିବା ୩୧୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେନଣ୍ଟାଇନରୁ ୬୯ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୪୯ଜଣ ରହିଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ଏଯାବତ କରୋନା ମାମଲା ୯୫୮୮୪ ରହିଛି। ସେହିପରି ରାଜଧାନୀରେ ଏବେ ବି ୧୩୯୬ଟି କରୋନା ସକ୍ରିୟ ମାମଲା ରହିଛି।

ସେହିପରି ଆଜି ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ୯୩୮୩୦ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। କରୋନା ମହାମାରୀରେ ଆକ୍ରାନ୍ତ ହୋଇ ୬୩୭ଜଣଙ୍କ ମୃତ୍ୟୁ ହୋଇସାରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe