ଭୁବନେଶ୍ବରରୁ ୩୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବରରୁ ୩୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବ‌ନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୭୫ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୮୨ଜଣ ରହିଛନ୍ତି।

ରାଜଧାନୀରୁ ଏଯାବତ ୯୬୪୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬୬ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏବେ ବି ୧୪୯୪ଟି କରୋନା ସକ୍ରିୟ ମାମଲା ଥିବା ବେଳେ ସୁସ୍ଥ ସଂଖ୍ୟା ୯୪୨୪୧ରେ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe