ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।
ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୬୫ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୪ଜଣ ରହିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 21st July (till 9am). pic.twitter.com/huBt9r9eBE— BMC (@bmcbbsr) July 21, 2021
ତେବେ ଚିହ୍ନଟ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ୯୬୭୯୧ଟି କରୋନା ମାମଲା ସାମ୍ନାକୁ ଆସିଛି। ସେହିପରି ୯୪୪୭୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଏବେ ବି ୧୬୧୧ଟି ସକ୍ରିୟ ମାମଲା ରହିଥିବା ବେଳେ ୬୮୩ଜଣଙ୍କ ମୃତ୍ୟୁ ହୋଇଛି।