ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୪ଜଣ ରହିଛନ୍ତି।
ଏଯାବତ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୧୭୦ରେ ପହଞ୍ଚିଥିବା ବେଳେ ସୁସ୍ଥ ସଂଖ୍ୟା ୯୪୭୨୪ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ ୧୭୨୯ଟି କରୋନା ସକ୍ରିୟ ମାମଲା ରହିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ୬୯୬ଜଣଙ୍କ ମୃତ୍ୟୁ ହୋଇଛି।
Follow Us