ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ କ୍ବାରେଣ୍ଟାଇନରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫୬ଜଣ ରହିଛନ୍ତି।
ଏଯାବତ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୪୮୮ରେ ପହଞ୍ଚିଥିବା ବେଳେ ସୁସ୍ଥ ସଂଖ୍ୟା ୯୪୯୫୯ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ ୧୭୯୭ଟି କରୋନା ସକ୍ରିୟ ମାମଲା ରହିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ୭୧୧ଜଣଙ୍କ ମୃତ୍ୟୁ ହୋଇଛି।
Follow Us