ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀରୁ ଚିହ୍ନଟ ହେଲେ ୮୨୩ଜଣ କରୋନା ଆକ୍ରାନ୍ତ

Advertisment
ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀରୁ ଚିହ୍ନଟ ହେଲେ ୮୨୩ଜଣ କରୋନା ଆକ୍ରାନ୍ତ

Odisha Gov

ଭୁବନେଶ୍ବର: ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୮୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୭୦୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୮୨୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୧୫୦ଜଣ କ୍ବାରେଣ୍ଟାଇନରୁ ଓ ୬୭୩ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ କରୋନା ମାମଲା ୪୭୧୪୦ରେ ପହଞ୍ଚିଛି। ସେହିପରି କରୋନାରେ ଆକ୍ରାନ୍ତ ହୋଇ ଏଯାବତ ୨୬୮ଜଣ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩୮୩୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏବେ ବି ଆହୁରି ୮୪୯୦ଟି ସକ୍ରିୟ ମାମଲା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe