ରାଜଧାନୀରୁ ୨୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୧ଜଣ ଏଥିରୁ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୩ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୨୦୬୧ଟି କରୋନା ମାମଲା ସାମ୍ନାକୁ ଆସୁଥିବା ବେଳେ ୯୮୩୦୫ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏବେ ବି ଆହୁରି ୨୮୨୪ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ୯୧୧ଜଣଙ୍କ ଏଯାବତ ଏଥିରେ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରିଛି।

ସମ୍ବନ୍ଧିତ ଖବର