ରାଜଧାନୀରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୭୫୧ରେ ପହଞ୍ଚିଛି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଚିହ୍ନଟ ୨୬୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୭୪ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୭ଜଣ ରହିଛନ୍ତି। ସେହିପରି ଏଯାବତ ରାଜଧାନୀରୁ ୧୦୨୭୫୧ଟି କରୋନା ମାମଲା ସାମ୍ନାକୁ ଆସିଛି। ଏଥିସହିତ ୯୮୯୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୯୫୯ଜଣଙ୍କ ମୃତ୍ୟୁ ହୋଇଛି। ଏବେ ବି ୨୮୫୩ଟି କରୋନା ସକ୍ରିୟ ମାମଲା ରହିଛି।

ସମ୍ବନ୍ଧିତ ଖବର