ରାଜଧାନୀରୁ ୨୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୨୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

 

ଚିହ୍ନଟ ୨୭୨ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୫୫ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୭ଜଣ ରହିଛନ୍ତି। ସେହିପରି ଏଯାବତ ରାଜଧାନୀରୁ ୧୦୩୦୨୩ଟି କରୋନା ମାମଲା ସାମ୍ନାକୁ ଆସିଛି। ଏଥିସହିତ ୯୯୧୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୯୬୫ଜଣଙ୍କ ମୃତ୍ୟୁ ହୋଇଛି। ଏବେ ବି ୨୮୯୨ଟି କରୋନା ସକ୍ରିୟ ମାମଲା ରହିଛି।

ସମ୍ବନ୍ଧିତ ଖବର