ରାଜଧାନୀରୁ ୨୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୯୬ଜଣ ସୁସ୍ଥ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୨୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୧ଜଣ ରହିଥିବା ବେଳେ ୧୮୬ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ୨୨୭ଜଣ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ଏଯାବତ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୮୪୯ରେ ପହଞ୍ଚିଥିବା ବେଳେ କରୋନାରୁ ୯୯୭୮୦ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଏବେ ସୁଦ୍ଧା ୯୭୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦୭୭ଟି କରୋନା ସକ୍ରିୟ ମାମଲା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର