ରାଜଧାନୀରୁ ଚିହ୍ନଟ ହେଲେ ୨୫୮ ଜଣ କରୋନା ଆକ୍ରାନ୍ତ

Advertisment
ରାଜଧାନୀରୁ ଚିହ୍ନଟ ହେଲେ ୨୫୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀ ଭୁବନେଶ୍ବରୁ ୨୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୭୯୦ରେ ପହଞ୍ଚିଛି। ସେହିପରି ଏଯାବତ ୧୦୪୫୪୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୦୯ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଏବେ ବି ରାଜଧାନୀରେ ୩୨୧୫ଟି କରୋନା ସକ୍ରିୟ ମାମଲା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୨୫୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୨୧୩ ଜଣ ରହିଥିବା ବେଳେ କ୍ବାରେଣ୍ଟାଇନରୁ ୪୫ଜଣ ରହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe