ରାଜଧାନୀରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪୯୭୩ରେ ପହଞ୍ଚିଲା

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରୁ ୧୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୧୫୩ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୯୧ଜଣ ରହିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪୯୭୩ରେ ପହଞ୍ଚିଛି। ସେହିପରି ଏବେ ବି ଆହୁରି ୧୧୪୮୮ଟି କରୋନା ମାମଲା ସକ୍ରିୟ ରହିଛି।

 

ତେବେ ୬୩୧୨୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେବଳେ ୩୩୫ଜଣ ଏହି ମହାମାରୀରେ ପ୍ରାଣ ହରାଇ ସାରିଲେଣି।

ସମ୍ବନ୍ଧିତ ଖବର