ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୪୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୯୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୩୬୯ଜଣ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୩୬୯ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରିଛି।
Update on newly detected #COVID19 cases in the last
24 hrs under the BMC area on 7th June (till 9am). pic.twitter.com/1L7xixzYNC— BMC (@bmcbbsr) June 7, 2021
ତେବେ ଏଯାବତ ରାଜ୍ୟରେ ୭୯୨୨ଟି କରୋନା ସକ୍ରିୟ ମାମଲା ଥିବା ବେଳେ ୩୫୮ଜଣଙ୍କ ଏଥିରେ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଏଯାବତ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୮୦୯୦୯ରେ ପହଞ୍ଚିଥିବା ବେଳେ ସୁସ୍ଥ ସଂଖ୍ୟା ୭୨୬୦୮ରେ ପହଞ୍ଚିଛି।