ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୬୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୫୬ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୦୫ଜଣ ରହିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 8th June (till 9am). pic.twitter.com/hGwMH3UOBh— BMC (@bmcbbsr) June 8, 2021
ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୮୧୫୭୦ଜଣ କରୋନା ଆକ୍ର୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ବି ୭୨୨୨ଟି ସକ୍ରିୟ ମାମଲା ରହିଛି। ସେହିପରି ଏଯାବତ ୭୩୯୬୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୩୬୨ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି।