ଗତ ୨୪ଘଣ୍ଟା ମଧ୍ୟରେ ରାଜଧାନୀରୁ ଚିହ୍ନଟ ହେଲେ ୧୦୮୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ୧୦୮୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୧୩ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୭୧ଜଣ ରହିଛନ୍ତି।

 


ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୬୧୪ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ କରୋନା ସକ୍ରିୟ ମାମଲା ୧୦୨୫୨ଟି ରହିଛି। ଦୁଃଖର କଥା କରୋନାରେ ସଂକ୍ରମିତ ହୋଇ ଏଯାବତ ୨୮୦ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪୩୦୬୧ଜଣ କରୋନାରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧିତ ଖବର