ଭୁବନେଶ୍ୱରରୁ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୨୮୮ଜଣ ସୁସ୍ଥ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ।

ଆଜି ଭୁବନେଶ୍ୱରରୁ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

୧୭୧ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

 

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୬୫୦ରେ ପହଞ୍ଚଛି । ଏଥିରୁ ୧୧୫୦୦୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୫୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୨୫୬୫ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ।

ସମ୍ବନ୍ଧିତ ଖବର