ଗତକାଲି ଅପେକ୍ଷା ରାଜଧାନୀରେ ଆଜି ହ୍ରାସ ପାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

Advertisment
ଗତକାଲି ଅପେକ୍ଷା ରାଜଧାନୀରେ ଆଜି ହ୍ରାସ ପାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ୯୬୨ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୮୧ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୮୧ଜଣ ରହିଛନ୍ତି।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୫୭୬ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ କରୋନା ସକ୍ରିୟ ମାମଲା ୧୦୩୫୩ଟି ରହିଛି। ଦୁଃଖର କଥା କରୋନାରେ ସଂକ୍ରମିତ ହୋଇ ଏଯାବତ ୨୮୨ଜଣଙ୍କ ମୃତ୍ୟୁ ହୋଇଛି।

ସେହିପରି ଆଜି ସୁସ୍ଥ ହୋଇଥିବା ୮୫୯ଙ୍କୁ ମିଶାଇଲେ ଏଯାବତ ୪୩୯୨୦ଜଣ କରୋନାରେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe