ରାଜଧାନୀରେ ଗତକାଲି ଅପେକ୍ଷା ଆଜି ହ୍ରାସ ପାଇଛି କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ବର: ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଆଜିର ଆକ୍ରାନ୍ତ ସଂଖ୍ୟା ଗତକାଲି ଠାରୁ କମ ଥିବା କୁହାଯାଉଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୯୮୮ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୨୨ଜଣ ରହିଛନ୍ତି।

ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୯୧୬୩ରେ ପହଞ୍ଚିଛି। ସେହିପରି ଏବେ ବି ରାଜଧାନୀରେ କରୋନା ସକ୍ରିୟ ମାମଲା ୧୧୪୧୮ଟି ରହିଛି। ଦୁଃଖର କଥା କରୋନାରେ ସଂକ୍ରମିତ ହୋଇ ଏଯାବତ ୨୮୯ଜଣଙ୍କ ମୃତ୍ୟୁ ହୋଇଛି।

ସେହିପରି ଆଜି ସୁସ୍ଥ ହୋଇଥିବା ୭୭୭ଙ୍କୁ ମିଶାଇଲେ ଏଯାବତ ୪୭୪୩୫ଜଣ କରୋନାରେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧିତ ଖବର