୧୪୦ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ଟିକା

ଭୁବନେଶ୍ବର : ମଞ୍ଚେଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ପ୍ରାୟ ୧୪୦ଜଣ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ-୧୯ ଟିକା ଦିଆଯାଇଛି। ପୂର୍ବରୁ ପୂର୍ବତଟ ରେଳପଥ ମାର୍ଚ୍ଚ ୪ରୁ ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ ସମସ୍ତ ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ କୋଭିଡ୍‌ ଟିକା ପ୍ରଦାନ କରିବାକୁ ଘୋଷଣା କରିଥିଲା। ଅବସରପ୍ରାପ୍ତ ରେଳ କର୍ମଚାରୀମାନେ ସରକାରୀ ଛୁଟି ଦିନ ବ୍ୟତୀତ ସପ୍ତାହର ସୋମବାରଠାରୁ ଶୁକ୍ରବାର ମଧ୍ୟରେ ପୂର୍ବାହ୍ନ ୯ଟାରୁ ଅପରାହ୍‌ଣ ୪ଟା ମଧ୍ୟରେ କେନ୍ଦ୍ରୀୟ ଚିକିତ୍ସାଳୟରେ ସେମାନଙ୍କ ନାମ ପଞ୍ଜୀକରଣ କରିବା ପାଇଁ କୁହାଯାଇଛି। ଅବସରପ୍ରାପ୍ତ ରେଳ କର୍ମଚାରୀମାନେ ସେମାନଙ୍କ ଆଧାରକାର୍ଡ(ବାଧ୍ୟତାମୂଳକ), ପ୍ୟାନ୍ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, ଆରଇଏଲ୍‌ଏଚ୍‌ କାର୍ଡ ପଞ୍ଜୀକରଣ ସମୟରେ ଦାଖଲ କରିବା ସହ ଓଟିପି ପାଇଁ ସେମାନଙ୍କର ଆଧାର ସଂଯୁକ୍ତ ମୋବାଇଲ୍ ନମ୍ବର ପାଖରେ ରଖିବା ଆବଶ୍ୟକ।

ସମ୍ବନ୍ଧିତ ଖବର