ଉପଯୁକ୍ତ ଚିକିତ୍ସା ଓ ସଚେତନତା ଦ୍ୱାରା ଶିଶୁମାନେ କର୍କଟ ରୋଗରୁ ଆରୋଗ୍ୟ ଲାଭ କରି ପାରିବେ

ଉପଯୁକ୍ତ ଚିକିତ୍ସା ଓ ସଚେତନତା ଦ୍ୱାରା ଶିଶୁମାନେ କର୍କଟ ରୋଗରୁ ଆରୋଗ୍ୟ ଲାଭ କରି ପାରିବେ

ଭୁବନେଶ୍ୱର: ଶିଶୁମାନଙ୍କ କ୍ଷେତ୍ରରେ କର୍କଟ ରୋଗର ଚିକିତ୍ସା କଷ୍ଟକର ହୋଇପାରେ କିନ୍ତୁ ନିରାଶାଜନକ ନୁହେଁ। ସଠିକ ସମୟରେ ଲକ୍ଷଣ ଚି଼ହ୍ନଟ, ଉପଯୁକ୍ତ ଚିକିତ୍ସା ଓ ପିତାମାତାଙ୍କ ଧୈର୍ଯ୍ୟ ରହିଲେ ଶିଶୁ କର୍କଟ ରୋଗରୁ ଆରୋଗ୍ୟ ମିଳି ପାରିବ ବୋଲି କହିଛନ୍ତି ରାଜ୍ୟ ପରିବାର କଲ୍ୟାଣ ବିଭାଗ ନିର୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମଏସ ଓ ସମ୍‌ ହସ୍ପିଟାଲ ଏବଂ ଇଣ୍ଡିଆନ ଆସୋସିଏସନ ଅଫ ପେଡିଆଟ୍ରିକ୍ସ (ଓଡ଼ିଶା ଶାଖା)ର ମିଳିତ ସହଯୋଗରେ ଆୟୋଜିତ ପେଡିଆଟ୍ରିକ ହେମାଟୋଲୋଜି ଆଣ୍ଡ ଅଙ୍କୋଲୋଜି ମିଟ-୨୦୨୧ରେ ଅତିଥି ଭାବେ ଯୋଗ ଦେଇ ଡା. ପାଣିଗ୍ରାହୀ ଏହା କହିଛନ୍ତି।

କୋଭିଡ୍‌ ମହାମାରୀ ସମୟରେ ପରୀକ୍ଷା ନିରୀକ୍ଷା ନିମନ୍ତେ ଡାକ୍ତରଙ୍କ ପରାମର୍ଶ ଟେଲି କନସଲଟେସନ ମାଧ୍ୟମରେ ନେବାକୁ ଡା. ପାଣିଗ୍ରାହୀ କହିଥିଲେ।
ସମ୍‌ ହସ୍ପିଟାଲର ପେଡିଆଟ୍ରିକ ଅଙ୍କୋଲୋଜି ଆଣ୍ଡ ହେମାଟୋଲୋଜି ବିଭାଗର ପ୍ରଫେସର ଡ. ସରୋଜ ପଣ୍ଡାକାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଅଡିସନାଲ ଡିନ୍‌ ପ୍ରଫେସର ଅଜୟ ଜେନା, ଶିଶୁରୋଗ ବିଭାଗର ମୁଖ୍ୟ ଡା. ମମତା ଦେବୀ ମହାନ୍ତି ଏବଂ କେନ୍ଦ୍ର ଆଇଏପିର ଏକଜିକ୍ୟୁଟିଭ ବୋର୍ଡ ସଦସ୍ୟ ଡା. ବିଶ୍ୱଜିତ ମିଶ୍ର ପ୍ରମୁଖ ଉପସ୍ଥିତି ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe