ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ

ଭୁବନେଶ୍ବର: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ ଆଜି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ପାର୍କଠାରେ ଥିବା ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ରାଜ୍ୟସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତି ଅଧ୍ୟକ୍ଷ ସୁରେଶ କୁମାର ରାଉତରାୟ ଓ ସାଧାରଣ ସମ୍ପାଦକ ଅମୀୟ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ସର୍ବଧର୍ମ ପ୍ରାର୍ଥନା, କଳାକାରମାନଙ୍କ ଦ୍ବାରା ନୃତ୍ୟ ଓ ଭଜନ ପରିବେଷଣ କରାଯାଇଥିଲା। ଏହି ଅବସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଉପସ୍ଥିତ ବିଦ୍ୟାଳୟର ଛାତ୍ରାଛାତ୍ରୀ, ଜନସାଧାରଣଙ୍କୁ ରାଷ୍ଟ୍ରୀୟ ସଂହତି ଓ ଏକତା ବଜାୟ ରଖିବା ପାଇଁ ସଂକଳ୍ପ ପାଠ କରାଇଥିଲେ। ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, କଂଗ୍ରେସ ନେତା ଶରତ ରାଉତ, ଶୁଭେନ୍ଦୁ ମହାନ୍ତି, ଗୁରୁପଦ ନନ୍ଦ, ଡମ୍ବରୁଧର ଉଲାକା, ଯୁଧିଷ୍ଠିର ଜେନା, ସମୀର କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ସୁରେନ୍ଦ୍ର ପରମାଣିକ, କିଶୋର ଜେନା, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ମନୋଜ ଜେନା, ବିକ୍ରମ ସାହୁ, ସ୍ବାଧୀନବାଳା ଦାଶ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁଙ୍କ ସମେତ ବହୁ ନେତା ଓ କର୍ମୀ ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe