ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧର

Advertisment
ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧର

ଭୁବନେଶ୍ୱର: ସହିଦନଗର ସ୍ଥିତ ଜନଗଣନା ଅଫିସ ନିକଟରୁ ସହିଦନଗର ଥାନା ପୁଲିସ ଜଣେ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର କରିଛି। ବ୍ୟବଚ୍ଛେଦ ପାଇଁ ପୁଲିସ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ରବିବାର ସକାଳେ ଯୁବକଙ୍କ ଶବ ପଡ଼ିଥିବା ନେଇ ସ୍ଥାନୀୟ ଲୋକମାନେ ପୁଲିସକୁ ଫୋନ୍‌କରି ଜଣାଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଥିଲା ତେବେ ତାଙ୍କର କୌଣସି ପରିଚୟ ମିଳିପାରି ନାହିଁ। ତାଙ୍କ ବୟସ ପାଖାପାଖି ୪୦ ବର୍ଷ ହେବ। ଏନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe