ଭୁବନେଶ୍ୱର: କସ୍ତୁରବା ନାରୀମହଲ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏହାର ବାର୍ଷିକ ଉତ୍ସବ ତଥା ‘କୁମାର ଉତ୍ସବ’ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ସରକାରଙ୍କ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ତମସାରାଣୀ ଦାସ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନାରୀ ମହଲର ଉପସଭାନେତ୍ରୀ ପ୍ରମିଳା ପତି ଏଥିରେ ସଭାପତିତ୍ୱ କରିଥିଲେ। ସମ୍ପାଦିକା ଆଶାଲତା ଦାଶ ଅନୂୁଷ୍ଠାନର ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମରେ ବାସନ୍ତୀ ପାଣି, ଶାନ୍ତି ପଟ୍ଟନାୟକ ଓ ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବୀଣା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ତନୁଜା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।
କସ୍ତୁରବା ନାରୀମହଲର କୁମାର ଉତ୍ସବ
Advertisment
Follow Us