ମହିଳାଙ୍କୁ ୩୩ପ୍ରତିଶତ ସଂରକ୍ଷଣ ନେଇ ଏନସିପିର ସମର୍ଥନ ଲୋଡିଲା ବିଜେଡି : ଶରଦ ପାୱାରଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ

Advertisment
ମହିଳାଙ୍କୁ ୩୩ପ୍ରତିଶତ ସଂରକ୍ଷଣ ନେଇ ଏନସିପିର ସମର୍ଥନ ଲୋଡିଲା ବିଜେଡି : ଶରଦ ପାୱାରଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ

ମୁମ୍ବାଇ : ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ବିଜେଡିର ଅଭିଯାନ ଜୋରଦାର ହୋଇଛି । ମୁମ୍ବାଇରେ ଏ ନେଇ ଏନସିପି ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାରଙ୍କୁ ଭେଟି ସମର୍ଥନ ଲୋଡିଛନ୍ତି ବିଜେଡି ପ୍ରତିନିଧି ଦଳ। ଏହି ପ୍ରତିନିଧି ଦଳରେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ତଥା ବିଜେଡି ନେତା ଅରୂପ ପଟ୍ଟନାୟକ, ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଓ ଅନ୍ୟମାନେ ସାମିଲ ହୋଇଥିଲେ।

ଶରଦ ପାୱାର ନବୀନ ପଟ୍ଟନାୟକଙ୍କ ପଦକ୍ଷେପକୁ ପ୍ରଂଶସା କରିଛନ୍ତି । ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ବି ବହୁତ ଖୁସି ପ୍ରକାଶ କରିଛନ୍ତି । ୩୩ ପ୍ରତିଶତ ସଂରକ୍ଷଣ ନେଇ ରାଜ୍ୟ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି । ଏ ବାବଦରେ ବିଭିନ୍ନ ଦଳର ସମର୍ଥନ ଲୋଡିବା ପାଇଁ ବିଜେଡିର ୨୧ ଟି ପ୍ରତିନିଧି ଦଳ ରାଜ୍ୟ ବାହାରକୁ ଯାଇଛନ୍ତି ।

publive-image

ସୂଚନାଯୋଗ୍ୟ ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ଏକତୃତୀୟାଂଶ ଆସନ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାର ଶୀତକାଳୀନ ଅଧିବେଶନରେ ସଂକଳ୍ପ ଆଣିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ସହଯୋଗ ଲୋଡ଼ିଥିଲେ । ବିଭିନ୍ନ ରାଜ୍ୟର ଓ କେନ୍ଦ୍ରଶାସିତ ଅଂଚଳ ଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖି ସହଯୋଗ ଲୋଡ଼ିଥିଲେ ନବୀନ । ଏହାପରେ ସଂସଦରେ ଏହି ପ୍ରସ୍ତାବକୁ ସମର୍ଥନ ପାଇଁ ବିଜେଡି ପକ୍ଷରୁ ୭ଟି ଜାତୀୟ ଦଳ ଓ ୧୫ଟି ଆଞ୍ଚଳିକ ଦଳକୁ ଭେଟିବାର ନିଷ୍ପତ୍ତି ନିଆଯାଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe