ବିଜେଡିର ୭ ନେତାଙ୍କୁ ସାଂଗଠନିକ ଦାୟିତ୍ୱ

ଭୁବନେଶ୍ୱର : ବିଜେଡିର ୭ ଜଣ ନେତାଙ୍କୁ ଆଜି ବିଭିନ୍ନ ସାଂଗଠନିକ ଦାୟିତ୍ୱ ଦିଆଯାଇଛି। ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଅବିଭକ୍ତ କୋରାପୁଟ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦୁଇଟି ଜିଲ୍ଲାରେ ନୂଆ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ମିଳିଛି। ଢେଙ୍କାନାଳ ପାଇଁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ଭୁବନେଶ୍ୱର ପାଇଁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସଭାପତି ଭାବେ ଦାୟିତ୍ୱ ନେଇଛନ୍ତି। ମନ୍ତ୍ରୀ ନୃସିଂହ ଚରଣ ସାହୁଙ୍କୁ ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ଓ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଜଗତସିଂହପୁର ଜିଲ୍ଲା ସହ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ଜେନା ପୂର୍ବ ପରି ଅନୁଗୁଳ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱରେ ବି ରହିବେ। ସେହିପରି ଜଗତସିଂହପୁର ଜିଲ୍ଲାର କାର୍ଯ୍ୟକାରୀ ସଭାପତି ଭାବେ ପ୍ରଶାନ୍ତ କୁମାର ମୁଦୁଲି ଓ ଢେଙ୍କାନାଳ ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ଭାବେ ବିଜୟ କୁମାର ନାୟକଙ୍କୁ ନିଯୁକ୍ତି ମିଳିଛି।

ସମ୍ବନ୍ଧିତ ଖବର