ଭୁବନେଶ୍ୱର: ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଉପନିର୍ବାଚନ ହେବ। ଏଥି ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି ଉପନିର୍ବାଚନ ପରିଚାଳନା ସମିତି ଗଠନ କରିଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପରିଚାଳନ ସମିତି ଗଠନ କରାଯାଇଛି। ବିଜେପି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି।
ବାଲେଶ୍ୱର ସଦର ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ରାଷ୍ଟ୍ରୀୟ ସଂପାଦକ ତଥା ମୟୂରଭଂଜ ସାଂସଦ ବିଶେଶ୍ୱର ଡୁଡୁ, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତି, କେନ୍ଦୁଝର ବିଧାୟକ ମୋହନ ମାଝୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ସଂପାଦକ ଟଙ୍କଧର ତ୍ରିପାଠୀ, ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ପୂର୍ବତନ ରେମୁଣା ବିଧାୟକ ଗୋବିନ୍ଦ ଦାଶ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଜୟ କୁମାର ମିଶ୍ର ଓ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ସମିତିରେ ଅଛନ୍ତି।
ସେହିପରି ତିର୍ତ୍ତୋଲ ପାଇଁ ରାଜ୍ୟ ସାଧାରଣ ସଂପାଦକ ପୃଥ୍ଵୀରାଜ ହରିଚନ୍ଦନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ସମୀର ଦେ, ପୂର୍ବତନ ରାଜ୍ୟ ସାଧାରଣ ସଂପାଦକ ନୟନ ମହାନ୍ତି, କଟକ ସାଂସଦ ପ୍ରାର୍ଥୀ ପ୍ରକାଶ ମିଶ୍ର, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ରାଜ୍ୟ ଉପସଭାପତି ପ୍ରଭାତି ପରିଡ଼ା, ଯୁବମୋର୍ଚ୍ଚା ସଭାପତି ଇରାସିଶ ଆଚାର୍ଯ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନମୋହନ ଜେନା, ପୂର୍ବତନ ବିଧାୟକ ପ୍ରକାଶ ବେହେରା, ରାଜ୍ୟ ସଂପାଦକ ଅମର ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲ୍ଲୀପ ମଲ୍ଲିକ, ଜଗତସିଂହପୁର ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ବଳ ସାମନ୍ତ, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂହ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ପୂର୍ବତନ ବିଧାୟକ ଅଲେଖ ଜେନା, ଘୁମୁସର (ଗଂଜାମ) ଜିଲ୍ଲା ସଭାପତି ଗୋକୁଳାନନ୍ଦ ମଲ୍ଲିକ ଓ ବରିଷ୍ଠ ନେତା ପ୍ରଦୀପ ପଟ୍ଟନାୟକ ସମିତିରେ ଅଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/02/bjp.jpg)