Hindustan Times
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଶନିବାର ଓଡିଶା ଗସ୍ତରେ ଆସୁଛନ୍ତି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାରର ଅନ୍ତିମ ଦିନରେ ଶାହା ଓଡ଼ିଶାର ବିଭିନ୍ନ ସ୍ଥାନରେ ନିର୍ବାଚନ ପ୍ରଚାର କରିବେ। ବିଜେପିର ଷ୍ଟାର ପ୍ରଚାରକ ଶାହା ଶନିବାର ପୂର୍ବାହ୍ଣ ୧୧.୩୦ରେ ମୟୁରଭଂଜ ଜିଲ୍ଲା ମୋରଡାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବୋ ଏହା ପରେ ସେ ଅପରାହ୍ଣ ୧.୧୫ରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଏପ୍ରିଲ ୨୯ରେ ୪ର୍ଥ ପର୍ଯ୍ୟାୟରେ ଓଡ଼ିଶାରେ ୬ଟି ଲୋକସଭା ଆସନ (ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର) ଏବଂ ଏହାର ଅନ୍ତର୍ଗତ ୪୧ଟି ବିଧାନସଭା ଆସନରେ ମତଦାନ ହେବ। ଏଥି ପାଇଁ ଶନିବାର ନିର୍ବାଚନ ପ୍ରଚାରର ଶେଷ ତାରିଖ ରହିବ।
Follow Us