ଭୁବନେଶ୍ୱର : ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତାକାଲି ଠାରୁ ଆରମ୍ଭ ହେବ। ପୂର୍ବାହ୍ନରେ ରାଜ୍ୟ ପଦାଧିକାରୀ ବୈଠକ ଓ ଅପରାହ୍ନରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ହେବ। ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଜ୍ୟର ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ୍‌ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସମ୍ପାଦକ(ସଂଗଠନ) ସୌଦାନ ସିଂହ, ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ଓ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ। ରାଜ୍ୟର ସାମ୍ପ୍ରତ୍ତିକ ରାଜନୈତିକ ପରିସ୍ଥିତି, ପାର୍ଟିର ଭବିଷ୍ୟତ କାର୍ଯ୍ୟପନ୍ଥା ଓ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ଆଦି ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।