ଭୁବନେଶ୍ୱର : ବିଜେପି ପକ୍ଷରୁ ଦୁଇ ଜଣ ଦଳୀୟ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଗୌରହରି ମିଶ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା ବେଳେ ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୋଦ ଛତର୍ଙ୍କୁ ବହିଷ୍କାର କରାଯାଇଛି। ବିଜେପି ରାଜ୍ୟ ସଭାପତି ବସନ୍ତ କୁମାର ପଣ୍ଡା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ଦୁଇ ବିଜେପି ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
Advertisment
Follow Us